ରାଜ୍ୟରେ ଆଉ ୨୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ସଙ୍ଗରୋଧ କେନ୍ଦ୍ରରୁ ୨୧୪ ଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି ୩୧ ଜଣ । ଗଞ୍ଜାମରୁ ସର୍ବାଧିକ ୯୬ ଜଣ ଚିହ୍ନଟ ହୋଇଥିବା ବେଳେ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି 

1,322

କନକ ବ୍ୟୁରୋ : ଦିନକୁ ଦିନରେ ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଆଜି ପୁଣି ୨୪୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୨୧୪ ଜଣ ସଂଗରୋଧ କେନ୍ଦ୍ରରୁ ଓ ୩୧ ଜଣ ସ୍ଥାନୀୟ ଅଂଚଳର ବୋଲି ଜଣାପଡ଼ିଛି ।  ଏମାନଙ୍କ ଭିତରେ ୨ ଜଣ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗଂଜାମରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୮ ଜଣ,ଯାଜପୁରରୁ ୪୦ ଜଣ,ବରଗଡରୁ ୧୦ ଜଣ, କେନ୍ଦ୍ରାପଡାରୁ ୮ ଜଣ, ନବରଙ୍ଗପୁରରୁ ୭ ଜଣ,ସୁନ୍ଦରଗଡରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡା, ରାୟଗଡା, ସୋନପୁରରୁ ଜଣେ ଲେଖାଁଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଓ ଭଦ୍ରକରୁ ୨ ଜଣ ଲେଖାଁଏ ପଜିଟିଭ ଚିହ୍ଟଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ୍ ୪୭୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୬ ରହିଛି । ଅପରପକ୍ଷରେ ୨୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।