କନକ ବ୍ୟୁରୋ: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତି ଦିନ ରେକର୍ଡ ଭାଙ୍ଗୁଛି । ଆଜି ପୁଣି ୩୦ ଜିଲ୍ଲାରୁ ୨୯ ଶହ ୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୦ ହଜାର ଟପିଛି । ତେବେ ।ଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଶହ ୨୬ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୧୨୩ ଜଣ ଆକ୍ରାନ୍ତ ହେଉଛି ଲୋକାଲ କେସ୍ । ବଡ କଥା ହେଉଛି ଦିନିକିଆ ସଂକ୍ରମଣ ମାମଲାରେ ଖୋର୍ଦ୍ଧା ଏବଂ ଗଂଜାମକୁ ଟପିଛି କଟକ ଜିଲ୍ଲାର । ଆଜି କଟକରେ ସର୍ବାଧିକ ୫୮୯ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୭୪ ଜଣ ଏବଂ ଗଂଜାମରୁ ୧୭୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେପଟେ ଆଜି ଚହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ମଧ୍ୟରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୮୮, ବରଗଡରୁ ୬୨, ଭଦ୍ରକରୁ ୬୬, ବଲାଙ୍ଗିରରୁ ୫୭, ବୌଦ୍ଧରୁ ୩, ଦେବଗଡରୁ ୨, ଢେଙ୍କାନଳରୁ ୧୩, ଜଗପତିରୁ ୩, ଜଗତସିଂହପୁରରୁ ୫୧, ଯାଜପୁରରୁ ୨୧୫, ଝାରସୁଗୁଡାରୁ ୨୦, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୩୪, କେନ୍ଦ୍ରାପଡାରରୁ ୫୬, କେନ୍ଦୁଝରରୁ ୩୦, କୋରାପୁଟରୁ ୧୮୧, ମାଲକାନଗିରିରୁ ୭୮, ମୟୂରଭଂଜରୁ ୧୫୬, ନବରଙ୍ଗପୁରରୁ ୨୬, ନୟାଗଡରୁ ୯୩, ନୂଆପଡାରୁ ୨, ପୁରୀରରୁ ୮୬, ରାୟଗଡାରୁ ୧୪୩, ସମ୍ବଲପୁରରୁ ୧୦୪ , ସୋନପୁରରୁ ୨୬ ଏବଂ ସୁନ୍ଦରଗଡରୁ ୮୧ ଜଣ ନୂଆ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧ ହଜାର ୪୭୯କୁ ବୃଦ୍ଧି ପାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୫୪ ହଜାର ୪୦୫ ଜଣ ଆକ୍ରାନ୍ତ କରୋନା ମହାମାରୀକୁ ମାତ୍ ଦେଇ ସୁସ୍ଥ ହୋି ଘରକୁ ଫେରିଲେଣି । ଏବଂ ଏବେବି ୨୬ ହଜାର ୬୦୨ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/9_UP-1.jpg)
/kanak/media/post_attachments/wp-content/uploads/2020/08/9-26.jpg)
/kanak/media/post_attachments/wp-content/uploads/2020/08/8-26.jpg)