କରୋନା ବଡ ଖବର: ୩୫୦ ଟପିଲା ସଂକ୍ରମିତଙ୍କ ସଂଖ୍ୟା; ରାଜ୍ୟରେ ଆଉ ୫୮ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି

1,904

କନକ ବ୍ୟୁରୋ :କରୋନାକୁ ନେଇ ଆସିଲା ବଡ ଖବର । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ ଟପିଲା । ରାଜ୍ୟରେ ଆଜି ଆଉ ୫୮ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି । ଏଥିସହିତ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ମୃତକ ଜଣକ ଗଂଜାମ ଜିଲ୍ଲାର ବୋଲି ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସେପଟେ ପ୍ରଥମ ଥର ପାଇଁ ଅନୁଗୁଳରୁ ଚିହ୍ନଟ ହୋଇଛନ୍ତି କରୋନା ଆକ୍ରାନ୍ତ । ଅନୁଗୁଳରେ ଏକାବେଳକେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଓଡ଼ିଶାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ସଂଖ୍ୟା ୨୦ରେ ପହଞ୍ଚିଛି। ସେହିଭଳି ବାଲେଶ୍ୱରରେ ୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଂଜାମରେ ଆକ୍ରାନ୍ତଙ୍କ ସଂଖ।।୧୦୦ ଟପିଛି । ଆଜି ଗଂଜାମରେ ୨୯ଟି ନୂଆ ମାମଲା ସାମ୍ନାକୁ ଆସିଛି । ଏଯାବତ୍ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ମୟୁରଭଂଜରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ପୂର୍ବରୁ ୨ ଜଣଙ୍କର ଜୀବନ ନେଇସାରିଛି କରୋନା ଭାଇରସ । ତେବେ ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ପଷ୍ଟ କରିଛନ୍ତି ରାଜ୍ୟ ସରକାର ।