କନକ ବ୍ୟୁରୋ : ସରକାରୀ ନିଯୁକ୍ତି ମୂଳକ ପରୀକ୍ଷାରେ ଅନିୟମିତତାକୁ ରୋକିବା ପାଇଁ ଲୋକସଭାରେ ଉପସ୍ଥାପିତ ହେଲା ବିଲ୍ । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ଆଗତ କରିଛନ୍ତି । ଏହି ବିଲରେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଅନୈତିକ ପନ୍ଥା ଅବଲମ୍ବନ କରି ଧରାପଡ଼ିଲେ ସର୍ବାଧିକ ୧୦ ବର୍ଷ ଜେଲ ଓ ୧କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନାର ପ୍ରସ୍ତାବ ରଖାଯାଇଛି ।
ପ୍ରଶ୍ନପତ୍ର ଲିକ ଘଟଣାରେ ମଧ୍ୟ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବାର ବ୍ୟବସ୍ଥା ରହିଛି । ସଙ୍ଗଠିତ ଗ୍ୟାଙ୍ଗ, ମାଫିଆ ଓ ଯେଉଁମାନେ ଅନିୟମିତତା କରୁଛନ୍ତି ସେମାନଙ୍କୁ ରୋକିବା ପାଇଁ ଏହି ବ୍ୟବସ୍ଥା କରାଯାଇଛି । ରାଜସ୍ଥାନର ଶିକ୍ଷକ ନିଯୁକ୍ତି ପରୀକ୍ଷା, ଗୁଜରାଟରେ କନିଷ୍ଠ କିରାଣୀ ନିଯୁକ୍ତି ଓ ବିହାରରେ କନଷ୍ଟେବଳ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିଲା । ଏଥିପାଇଁ ପରୀକ୍ଷାକୁ ବାତିଲ ମଧ୍ୟ କରାଯାଇଥିଲା । ଏହାକୁ ଦୃଷ୍ଟିରେ ରଖି ସରକାର ଏହି ବିଲ୍ ଆଣିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/02/9-2.jpg)