କନକ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ରଘୁବର ଦାସ । ପ୍ରଥମେ ରାଜ୍ୟପାଳ ଟ୍ରେନରେ ଆସି ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ଭୁବନେଶ୍ୱର ଆସି ରାଜଭବନରେ କରିବେ ରାତି ଯାପନ । ଭୁବନେଶ୍ୱରରେ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ମଙ୍ଗଳବାର ଦିନ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାପଡ଼ିଛି ।
ରାଜଭବନରୁ ମିଳିଥିବା ସୂଚନା ଅନୁସାରେ ଟାଟାନଗରରୁ ପୁରୁଷୋତମ ଏକ୍ସପ୍ରେସରେ ପୁରୀରେ ପହଂଚିବେ । ପୂର୍ବାହ୍ନ ୧୦ଟାରେ ମହାପ୍ରଭୁଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ମନ୍ଦିରରେ ପ୍ରାୟ ୧ ଘଂଟା ପୂଜାର୍ଚ୍ଚନା କରି ଭୁବନେଶ୍ୱର ଆସିବେ । ମଙ୍ଗଳବାର ସକାଳ ୮ଟା ୪୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯିବେ । ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2023/10/r-2.jpg)