ଶ୍ରୀମନ୍ଦିର ପାଇଁ ଆସିଲା ନୂଆ ଗାଇଡଲାଇନ୍ । ଜାଣନ୍ତୁ କେବେ କେବେ ବନ୍ଦ ରହିବ ଦର୍ଶନ ।

271

କନକ ବ୍ୟୁରୋ : ଶ୍ରୀମନ୍ଦିର ପାଇଁ ଆସିଲା ନୂଆ ଏସଓପି । ପରିବର୍ତ୍ତିତ ଗାଇଡଲାଇନ୍ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ । ଆସନ୍ତାକାଲିଠାରୁ ଲାଗୁ ହେବ ନୂଆ ପରିବର୍ତ୍ତିତ ମାର୍ଗଦର୍ଶିକା । ତେବେ ପବିତ୍ର ଦଶହରା ପାଇଁ କାଲି ବନ୍ଦ ରହିବ ଶ୍ରୀମନ୍ଦିର । ଶନିବାର ଗୋଷାଣି ଭସାଣି ପାଇଁ ଦିନ ୧୨ଟାରୁ ବନ୍ଦ ରହିବ ଶ୍ରୀମନ୍ଦିର । ଅକ୍ଟୋବର ଓ ନଭେମ୍ବରରେ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ ।

ରବିବାର ଶ୍ରୀମନ୍ଦିରକୁ ବିଶୋଧନ କରାଯିବ । କୁମାର ପୂର୍ଣ୍ଣିମାରେ ଖୋଲା ରହିବ ଶ୍ରୀମନ୍ଦିର । ନଭେମ୍ବର ୪, ୧୫ ଓ ୧୯ ତାରିଖରେ ବନ୍ଦ ରହିବ ଶ୍ରୀମନ୍ଦିର । ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକ ପୂର୍ଣ୍ଣିମାରେ ମଧ୍ୟ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ତେବେ ଅନ୍ୟଦିନ ମାନଙ୍କରେ ପୂର୍ବଭଳି ସକାଳ ୭ଟାରୁ ରାତି ୯ଟା ଯାଏଁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଭକ୍ତଙ୍କ ପାଇଁ ଆରଟିପିସିଆର ନେଗେଟିଭ୍ ପ୍ରମାଣ ପତ୍ର ବାଧ୍ୟତାମୂଳକ । କିମ୍ବା ଡବଲ ଡୋଜ୍ ଟିକାକରଣ ପ୍ରମାଣପତ୍ର ବାଧ୍ୟତାମୂଳକ । କୋଭିଡ୍ ପାଇଁ ପୂର୍ବରୁ ଜାରି ହୋଇଥିବା ନିୟମ ବଳବତ୍ତର ରହିବ ।