କର୍ମଜୀବୀ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ନୂତନ ପୋର୍ଟାଲ ଲୋକାର୍ପିତ। ଭିସି ଜରିଆରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Advertisment
କର୍ମଜୀବୀ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ନୂତନ ପୋର୍ଟାଲ ଲୋକାର୍ପିତ। ଭିସି ଜରିଆରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କନକ ବ୍ୟୁରୋ: ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ନୂତନ ପୋର୍ଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ସାମ୍ବାଦିକମାନଙ୍କୁ ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ଆଉ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।

୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି। ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକମାନେ ଅନଲାଇନରେ ବୀମା ଓ ଅନ୍ୟ ସୁବିଧା ପାଇପାରିବେ। ଭିସି ଜରିଆରେ ପୋର୍ଟାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିର ଏହି ଲୋକାର୍ପଣ ଉତ୍ସବରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଭାଗୀୟ ସଚିବ ସଞ୍ଜୟ କୁମାର ସିଂହ ଓ ଉତ୍କଳ ପ୍ରସଙ୍ଗ ତଥା ଓଡ଼ିଶା ରିଭ୍ୟୁର ସଂପାଦିକା କସ୍ତୁରୀ ମହାପାତ୍ର ଅତିଥି ଭାବେ ଯୋଗ ଦେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe