୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା: ରାଜ୍ୟରେ ଆଉ ୧୪୬ ନୂଆ ଆକ୍ରାନ୍ତ ଚିହ୍ନଟ: କନ୍ଧମାଳରୁ ସର୍ବାଧିକ ୪୮ ପଜିଟି; ସଂଗରୋଧ କେନ୍ଦ୍ରରୁ ୧୨୮, ସ୍ଥାନୀୟ ଅଂଚଳରୁ ୧୮ ଜଣ

Advertisment
୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା: ରାଜ୍ୟରେ ଆଉ ୧୪୬ ନୂଆ ଆକ୍ରାନ୍ତ ଚିହ୍ନଟ: କନ୍ଧମାଳରୁ ସର୍ବାଧିକ ୪୮ ପଜିଟି; ସଂଗରୋଧ କେନ୍ଦ୍ରରୁ ୧୨୮, ସ୍ଥାନୀୟ ଅଂଚଳରୁ ୧୮ ଜଣ

କନକ ବ୍ୟୁରୋ: ରାଜ୍ୟରେ ଆଜି ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଆଜି କନ୍ଧମାଳ ଜିଲ୍ଲାରୁ ସର୍ବାଧିକ ୪୮, ଖୋର୍ଦ୍ଧା ଜିଲ୍ଲାରୁ ୭, ନୟାଗଡ ଜିଲ୍ଲାରୁ ୪, ଝାରସୁଗୁଡ଼ା ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୧୯, ଜଗତସିଂହପୁର ଜିଲ୍ଲାରୁ ୪, ବାଲେଶ୍ୱର ଜିଲ୍ଲାରୁ ୮, ଢେଙ୍କାନାଳ ଜିଲ୍ଲାରୁ ୧, ଅନୁଗୁଳ ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୮, ସୁବର୍ଣ୍ଣପୁର ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୧୯, ସମ୍ୱଲପୁର ଜିଲ୍ଲାରୁ ୧, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

publive-image

ଏବେ ରାଜ୍ୟରେ ମୋଟ୍ ୨୭୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୩ ରହିଛି।ଅପରପକ୍ଷରେ ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନିପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe