ଆଜି ଆଉ ୧୪ ଜିଲ୍ଲାରୁ ୧୭୦ ପଜିଟିଭ: ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧ କେନ୍ଦ୍ରରୁ ୧୪୩ ଚିହ୍ନଟ ବାକି ୨୭ ଜଣ ସ୍ଥାନୀୟ ଅଂଚଳର ହୋଇଥିବା ସୂଚନା; ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି

Advertisment
ଆଜି ଆଉ ୧୪ ଜିଲ୍ଲାରୁ ୧୭୦ ପଜିଟିଭ: ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧ କେନ୍ଦ୍ରରୁ ୧୪୩ ଚିହ୍ନଟ ବାକି  ୨୭ ଜଣ ସ୍ଥାନୀୟ ଅଂଚଳର ହୋଇଥିବା ସୂଚନା; ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି

କନକ ବ୍ୟୁରୋ: ରାଜ୍ୟରେ ଆଜି ପୁଣି ୧୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ୟ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଏନଡିଆରଏଫ୍ କର୍ମଚାରୀ ଅଛନ୍ତି।

ଏବେ ରାଜ୍ୟରେ ମୋଟ୍ ୪୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୦୩ ରହିଛି। ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe