ରାଜ୍ୟରେ ୨୨୯ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ ୧୧୩

66

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୧୮ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୧୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୬ ହଜାର ୩୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୫ ହଜାର ୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୬୧୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।