କନକ ବ୍ୟୁରୋ : ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ ଘଂଟା ଭିତରେ ୪ ହଜାର ୮୪୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ଏମାନଙ୍କ ମଧ୍ୟରୁ ଶୁନରୁ ୧୮ ବର୍ଷ ଭିତରେ ୬୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ହଜାର ୮୦୯ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨ହଜାର ୩୩ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୨୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Advertisment

କଟକରୁ ୪୪୩, ପୁରୀରୁ ୭୬, ନୟାଗଡ଼ରୁ ୨୧୦, ସୁନ୍ଦରଗଡ଼ରୁ ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ୫୮ ହଜାର ୫୩୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସେହିପରି ରାଜ୍ୟରେ ଆଉ ୧୫ଜଣଙ୍କ କରୋନା ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେହିପରି ଅନୁଗୁଳ, ବରଗଡ଼, କଟକ, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଅଛନ୍ତି ।