ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୧୬ ଜିଲ୍ଲାରୁ ୭୫ ନୂଆ ସଂକ୍ରମିତ ଚିହ୍ନଟ; କ୍ୱାରେଂଟିନରୁ ୭୨ ଏବଂ ୩ ଆକ୍ରାନ୍ତ ସ୍ଥାନୀୟ ଅଂଚଳରୁ ଠାବ

Advertisment
ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୧୬ ଜିଲ୍ଲାରୁ ୭୫ ନୂଆ ସଂକ୍ରମିତ ଚିହ୍ନଟ; କ୍ୱାରେଂଟିନରୁ ୭୨ ଏବଂ ୩ ଆକ୍ରାନ୍ତ ସ୍ଥାନୀୟ ଅଂଚଳରୁ ଠାବ

କନକ ବ୍ୟୁରୋ: ରାଜ୍ୟରେ ଆଉ ପୁଣି ୭୫ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ୧୬ ଜିଲ୍ଲାରୁ ପୁଣି ୭୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୨୯ରେ ପହଞ୍ଚିଛି। ତେବେ ୧୭୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe