ଡିସେମ୍ବର ପହିଲାରୁ ବଦଳିବ ସିମ କାର୍ଡ କ୍ରୟ ଓ ବିକ୍ରୟ ପାଇଁ ନିୟମ । ସିମ୍ ଡିଲର କରିବେ ପୋଲିସ ଓ ବାୟୋମେଟ୍ରିକ ଯାଂଚ ଓ ପଂଜୀକରଣ

740

କନକ ବ୍ୟୁରୋ : ଡିସେମ୍ବର ୧ରୁ ସିମକାର୍ଡ କିଣିବା ପାଇଁ ନୂଆ ନିୟମ ପରିବର୍ତନ ହେବାକୁ ଯାଉଛି । ସିମ ଡିଲର ଓ ସିମ ଗ୍ରାହକଙ୍କ ପାଇଁ ଏହି ନୂଆ ନିୟମ ଲାଗିବ । ଡିସେମ୍ବରୁ ୧ରୁ ସିମକାର୍ଡ ଡିଲରଙ୍କୁ ପୋଲିସ ଓ ବାୟୋମେଟ୍ରିକ ଯାଂଚ ସହ ପଂଜୀକରଣ କରିବାକୁ ପଡିବ । ବ୍ୟବସାୟୀଙ୍କ ପୋଲିସ ଯାଂଚର ସମ୍ପୂର୍ଣ୍ଣ ଦାୟିତ୍ୱ ଟେଲିକମ ଅପରେଟରଙ୍କ ଉପରେ ରହିବ । ନିୟମ ଭାଙ୍ଗିଲେ ଦେବାକୁ ପଡିବ ୧୦ଲକ୍ଷ ଟଙ୍କା ଜରିମାନା । ସେହିପରି ଜଣେ ଗ୍ରାହକ ଗୋଟିଏ ଆଧାର ପରିଚୟ ପତ୍ରରେ କେବଳ ୯ଟି ସିମ କାର୍ଡ କିଣିପାରିବେ । ସିମ କିଣିବା ପାଇଁ କ୍ୟୁଆର କୋର୍ଡ ସ୍କନ ସହ ଡେମୋଗ୍ରାଫି ତଥ୍ୟ ଦେବାକୁ ପଡିବ ।ଯଦି ଆପଣ ବ୍ୟବହାର କରୁଥିବା ସିମ କାର୍ଡ ବନ୍ଦ କରିଦେବେ ତେବେ ୯୦ଦିନ ଭିତରେ ଏହି ସିମ ଅନ୍ୟଜଣେ ଗ୍ରାହକଙ୍କୁ ଦିଆଯିବ । ଠକେଇ, ସାଇବର ସ୍କାମ, ରୋକିବା ପାଇଁ ସରକାର ଏହି ପରିବର୍ତନ ଆଣିଛନ୍ତି ।