କନକ ବ୍ୟୁରୋ : କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ । ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ନେଇ ନୂଆ ମାର୍ଗଦର୍ଶିକା ଜାରି ହୋଇଛି । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସକାଳ ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ରହିବ । ପଞ୍ଚୁକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି । ତେବେ ଶ୍ରୀମନ୍ଦିର ଭିତରେ ଦୁଇ ଦିନ ଧରି ରାତି ୧୧ଟା ଯାଏଁ ଠାକୁରଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।
ସେହିପରି ଆସନ୍ତା ୧୯ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଦର୍ଶନ ବ୍ୟବସ୍ଥା । କରୋନା ଓ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ କାର୍ତ୍ତିକ ପୂର୍ଣ୍ଣିମା ଦିନ ଦର୍ଶନ ବନ୍ଦ ରହିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/11/27-20.jpg)