କନକ ବ୍ୟୁରୋ: କରୋନା ନୂଆ ଷ୍ଟ୍ରେନକୁ ନେଇ ରାଜ୍ୟସରକାରଙ୍କ ପକ୍ଷରୁ ସତର୍କତା । ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ନୂଆ ଏସଓପି ଜାରି କରାଯାଇଛି । ବିଦେଶ ଫେରନ୍ତାଙ୍କ ଯାତ୍ରୀଙ୍କ ସଂପର୍କରେ ସୂଚନା ପାଇଁ ସମସ୍ତ ବିମାନ ସେବା ପ୍ରଦାନ କାରୀ ସଂସ୍ଥାକୁ ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ବିମାନବନ୍ଦର ଟର୍ମିନାଲ ପରିସରରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କ ଯାଂଚ କରାଯାଉଛି ।
ବର୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ଅଛି । ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ଟି ବିମାନ ଭୁବନେଶ୍ୱରରୁୁ ଯାଉଛି । ଲକ୍ଷଣ ଥିବା ୫୫ ବର୍ଷରୁ ଅଧିକ ସମସ୍ତ ଯାତ୍ରୀଙ୍କ ଆଟିଂଜେନ ଟେଷ୍ଟ ବାଧ୍ୟତାମୂଳକ ବୋଲି ଭୁବନେଶ୍ୱର ବିମାନବନ୍ଦର କାର୍ଯ୍ୟକାରୀ ନିର୍ଦ୍ଦେଶକ ଗୌତମ ରାୟଙ୍କ କହିଛନ୍ତି ।