କନକ ବ୍ୟୁରୋ : ଓଡିଶାର ୬ଟି ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ପ୍ରଫେସର ସବିତା ଆଚାର୍ଯ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ହେବେ । ସେହିପରି ପ୍ରଫେସର ଅପରାଜିତା ଚୌଧୁରୀ, ରମାଦେବୀ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି ।
ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଦୀନବନ୍ଧୁ ସାହୁ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ଏନ. ନାଗାରାଜୁ, ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର କିଶୋର କୁମାର ବାସା ଏବଂ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତିଙ୍କୁ ନିଯୁକ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ତେବେ ଆସନ୍ତା ୭ ଦିନ ଭିତରେ ସେମାନଙ୍କୁ ଦାୟିତ୍ୱ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ।