ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ନବନିର୍ମିତ ସମ୍ବଲପୁର ଆଇଆଇଏମ ସ୍ଥାୟୀ କ୍ୟାମ୍ପସର କଲେ ଲୋକାର୍ପଣ

239

କନକ ବ୍ୟୁରୋ: ସମ୍ବଲପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରନ୍ଦ୍ରେ ମୋଦୀ । ଆଇଆଇଏମ ସ୍ଥାୟୀ କ୍ୟାମ୍ପସର କଲେ ଲୋକାର୍ପଣ । ଭେଟିଦେବେ ୬୮ ହଜାର କୋଟିର ୧୮ଟି ପ୍ରକଳ୍ପ । ଯେଉଁଥିରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହେବ । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦ୍ଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣର ବି କାର୍ଯ୍ୟକ୍ରମ ରହିଛି । ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେବେ ମୋଦୀ । ଏହି ସମାବେଶର ନାଁ ରହିଛି ‘ବିଶାଳ ଗ୍ୟାରେଂଟି ସମାବେଶ’ । ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହେବ । ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ବେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଦୀଙ୍କ ଗସ୍ତ ବେଳେ ୭୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ସୁରକ୍ଷା ଦାୟିତ୍ୱରେ ୭ ଜଣ କମାଣ୍ଡାଂଟଙ୍କ ସହ ପ୍ରାୟ ୩ ଶହ ଅଫିସରଙ୍କୁ ନିୟୋଜିତ କରାଯାଇଛି । ଉତରାଂଚଳ ପୁଲିସ ରେଞ୍ଜ ଅନ୍ତର୍ଗତ ୪ଟି ଜିଲ୍ଲରା ଏସପି ଓ ଦୁଇଜଣ ଆଇଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି ।