କନକ ବ୍ୟୁରୋ: ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୮୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୯ଟି ପଜିଟିଭ୍ କେସ୍ ଆସିଥିବାବେଳେ ୬୨ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...
Update on newly detected #COVID19 cases in the last
24 hrs under the BMC area on 31st Oct(till 9am) pic.twitter.com/BSPM11TWXT— BMC (@bmcbbsr) October 31, 2020
ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଏକାଥରେ ୨୨୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯ ହଜାର ୧୫୩ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୪୨୩ ରହିଛି । ସେହିଭଳି ୨୭ ହଜାର ୫୪୩ ଜଣ ସୁସ୍ଥ ହୋଇଥିବାବେଳେ ୧୬୬ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/11-34-750x430-1.jpg)