ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୮୧ ଜଣ ପଜିଟିଭ୍, ସୁସ୍ଥ ହେଲେ ୨୨୬ ଜଣ । 

82
କନକ ବ୍ୟୁରୋ: ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୮୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୯ଟି ପଜିଟିଭ୍ କେସ୍ ଆସିଥିବାବେଳେ ୬୨ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଏକାଥରେ ୨୨୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯ ହଜାର ୧୫୩ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୪୨୩ ରହିଛି । ସେହିଭଳି ୨୭ ହଜାର ୫୪୩ ଜଣ ସୁସ୍ଥ ହୋଇଥିବାବେଳେ ୧୬୬ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।

Comments are closed.