ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୨୭ ଜଣ ପଜିଟିଭ୍, ସୁସ୍ଥ ହେଲେ ୪୧ ଜଣ ।

152

କନକ ବ୍ୟୁରୋ: ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୨୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୦ଟି ପଜିଟିଭ୍ କେସ୍ ଆସିଥିବାବେଳେ ୧୭ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି ।

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଏକାଥରେ ୪୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦ ହଜାର ୭୭୮ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୪୧୬ ରହିଛି । ସେହିଭଳି ୩୦ ହଜାର ୧୨୨ ଜଣ ସୁସ୍ଥ ହୋଇଥିବାବେଳେ ୨୧୯ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।