ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୨୪ ଜଣ ପଜିଟିଭ୍, ସୁସ୍ଥ ହେଲେ ୪୨ ଜଣ ।

104

କନକ ବ୍ୟୁରୋ: ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୦ଟି ପଜିଟିଭ୍ କେସ୍ ଆସିଥିବାବେଳେ ୧୪ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି ।

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଏକାଥରେ ୪୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦ ହଜାର ୮୦୨ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୩୯୭ ରହିଛି । ସେହିଭଳି ୩୦ ହଜାର ୧୬୪ ଜଣ ସୁସ୍ଥ ହୋଇଥିବାବେଳେ ୨୨୦ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।