କନକ ବ୍ୟୁରୋ: ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୨ଟି ପଜିଟିଭ୍ କେସ୍ ଆସିଥିବାବେଳେ ୨ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି ।
Update on newly detected #COVID19 cases in the last
24 hrs under the BMC area on 16th Jan (till 9am). pic.twitter.com/PcJ75C0vyq— BMC (@bmcbbsr) January 16, 2021
ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , କରୋନାରୁ ୩ ଜଣ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧ ହଜାର ୭୮୪ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୨୦୧ ରହିଛି । ସେହିଭଳି ୩୧ ହଜାର ୩୧୮ ଜଣ ସୁସ୍ଥ ହୋଇଥିବାବେଳେ ୨୪୪ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।