କନକ ବ୍ୟୁରୋ: ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୮୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୯ଟି ପଜିଟିଭ୍ କେସ୍ ଆସିଥିବାବେଳେ ୬୮ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...
Update on newly detected #COVID19 cases in the last
24 hrs under the BMC area on 30th Oct(till 9am) pic.twitter.com/sCiKGg1oCu— BMC (@bmcbbsr) October 30, 2020
ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଏକାଥରେ ୨୩୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯ ହଜାର ୭୨ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୫୭୦ ରହିଛି । ସେହିଭଳି ୨୭ ହଜାର ୩୧୭ ଜଣ ସୁସ୍ଥ ହୋଇଥିବାବେଳେ ୧୬୪ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/39-3-750x430-1.jpg)