ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୮୭ ଜଣ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୩୭ ଜଣ । 

110
କନକ ବ୍ୟୁରୋ: ଭୂତାଣୁ ଭିତରେ ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ମାତ୍ର ୮୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୯ଟି ପଜିଟିଭ୍ କେସ୍ ଆସିଥିବାବେଳେ ୬୮ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଏକାଥରେ ୨୩୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯ ହଜାର ୭୨ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୫୭୦ ରହିଛି । ସେହିଭଳି ୨୭ ହଜାର ୩୧୭ ଜଣ ସୁସ୍ଥ ହୋଇଥିବାବେଳେ ୧୬୪ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।