କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୩୪୯ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୨୦ଟି ପଜିଟିଭ୍ କେସ୍ ଆସିଥିବାବେଳେ ୨୨୯ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...

Advertisment

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୩୭୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯ ହଜାର ୮୯୩ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୩ ହଜାର ୬୮୩ ରହିଛି । ସେହିଭଳି ୧୬ ହଜାର ୧୧୯ ଜଣ ସୁସ୍ଥ ହୋଇଥିବାବେଳେ ୭୬ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।