କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୩୬୫ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୧୬ଟି ପଜିଟିଭ୍ କେସ୍ ଆସିଥିବାବେଳେ ୨୪୯ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...
Update on newly detected #COVID19 cases in the last
24 hrs under the BMC area on 6th Oct 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/F5gqfp2YeS— BMC (@bmcbbsr) October 6, 2020
ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୩୨୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩ ହଜାର ୯୧୪ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୩ ହଜାର ୫୭୧ ରହିଛି । ସେହିଭଳି ୨୦ ହଜାର ୨୧୭ ଜଣ ସୁସ୍ଥ ହୋଇଥିବାବେଳେ ୧୦୫ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/11-10-1.jpg)