ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା ଭୂତାଣୁ । ଆଜି ଆଉ ୨୪୭ ପଜିଟିଭ୍ ଚିହ୍ନଟ, ସଙ୍ଗରୋଧ କେନ୍ଦ୍ରରୁ  ୧୪୮ ଏବଂ ଲୋକାଲରୁ ୯୯ ଜଣ ପଜିଟିଭ୍ । ସେପଟେ ୧୦୩ ଆକ୍ରାନ୍ତ ସୁସ୍ଥ …

142

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୨୪୭ ପଜିଟିଭ୍ । ଯେଉଁଥରେ ସଙ୍ଗରୋଧ କେନ୍ଦ୍ରରୁ ୧୪୮ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୯ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୦୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ହଜାର ୮୪୨ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୬୯୫ ରହିଛି । ସେହିଭଳି ୩ ହଜାର ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।

Comments are closed.