କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୧୭୦ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୯୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୮ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...

Advertisment

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୮୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫ ହଜାର ୨୮୯ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୮୨୩ ରହିଛି । ସେହିଭଳି ୩ ହଜାର ୪୪୩ ଜଣ ସୁସ୍ଥ ହୋଇଥିବାବେଳେ ୨୫ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।