ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା ଭୂତାଣୁ । ଆଜି ଆଉ ୩୭୦ ପଜିଟିଭ୍ ଚିହ୍ନଟ, ସଙ୍ଗରୋଧ କେନ୍ଦ୍ରରୁ ୨୦୪, ଲୋକାଲରୁ ବାହାରିଲେ ୧୬୬ ପଜିଟିଭ୍ । କରୋନାରୁ ଆଉ ୧୫୦ ସୁସ୍ଥ ।

171

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୩୭୦ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୨୦୪ଟି ପଜିଟିଭ୍ କେସ୍ ଆସିଥିବାବେଳେ ୧୬୬ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୫୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬ ହଜାର ୭୭ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୨ ହଜାର ୨୦୧ ରହିଛି । ସେହିଭଳି ୩ ହଜାର ୮୪୦ ଜଣ ସୁସ୍ଥ ହୋଇଥିବାବେଳେ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।