ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା ଭୂତାଣୁ । ଆଜି ଆଉ ୩୦୭ ପଜିଟିଭ୍ ଚିହ୍ନଟ, ସଙ୍ଗରୋଧ କେନ୍ଦ୍ରରୁ ୧୩୫, ଲୋକାଲରୁ ବାହାରିଲେ ୧୭୨ ପଜିଟିଭ୍ । କରୋନାରୁ ଆଉ ୩୦୧ ଆକ୍ରାନ୍ତ ସୁସ୍ଥ ।

115

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୩୦୭ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୩୫ଟି ପଜିଟିଭ୍ କେସ୍ ଆସିଥିବାବେଳେ ୧୭୨ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୩୦୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ହଜାର ୭୩୨ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୪ ହଜାର ୪୩ ରହିଛି । ସେହିଭଳି ୬ ହଜାର ୬୩୫ ଜଣ ସୁସ୍ଥ ହୋଇଥିବାବେଳେ ୪୨ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।