କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୩୨୪ ପଜିଟିଭ୍ । ଯେଉଁଥରେ ସଙ୍ଗରୋଧ କେନ୍ଦ୍ରରୁ ୧୭୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୫୧ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...
Update on newly detected & cured #COVID19 cases in the last 24 hrs under the BMC area on 21st Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/2TuNqoBEfx— BMC (@bmcbbsr) August 21, 2020
ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୦୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬ ହଜାର ୭୨୦ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୨ ହଜାର ୬୧୮ ରହିଛି । ସେହିଭଳି ୪ ହଜାର ୬୧ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।