ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା ଭୂତାଣୁ । ଆଜି ଆଉ ୨୯୫ ପଜିଟିଭ୍ ଚିହ୍ନଟ, ସଙ୍ଗରୋଧ କେନ୍ଦ୍ରରୁ ୧୫୩, ଲୋକାଲରୁ ବାହାରିଲେ ୧୪୨ ପଜିଟିଭ୍ । କରୋନାରୁ ଆଉ ୧୫୮ ସୁସ୍ଥ…

101

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୨୯୫ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୫୩ଟି ପଜିଟିଭ୍ କେସ୍ ଆସିଥିବାବେଳେ ୧୪୨ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୫୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ହଜାର ୧୫ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୨ ହଜାର ୭୫୪ ରହିଛି । ସେହିଭଳି ୪ ହଜାର ୨୧୯ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।

Comments are closed.