ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା ଭୂତାଣୁ । ଆଜି ଆଉ ୩୧୭ ପଜିଟିଭ୍ ଚିହ୍ନଟ, ସଙ୍ଗରୋଧ କେନ୍ଦ୍ରରୁ ୨୦୬, ଲୋକାଲରୁ ବାହାରିଲେ ୧୧୧ ପଜିଟିଭ୍ । କରୋନାରୁ ଆଉ ୧୭୦ ଆକ୍ରାନ୍ତ ସୁସ୍ଥ ।

138

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୩୧୭ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୨୦୬ଟି ପଜିଟିଭ୍ କେସ୍ ଆସିଥିବାବେଳେ ୧୧୧ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୭୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ହଜାର ୩୩୨ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୨ ହଜାର ୯୦୧ ରହିଛି । ସେହିଭଳି ୪ ହଜାର ୩୮୯ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।

Comments are closed.