ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା ଭୂତାଣୁ । ଆଜି ଆଉ ୧୪୯ ପଜିଟିଭ୍ ଚିହ୍ନଟ, ସଙ୍ଗରୋଧ କେନ୍ଦ୍ରରୁ ୯୮, ଲୋକାଲରୁ ବାହାରିଲେ ୫୧ ପଜିଟିଭ୍ । କରୋନାରୁ ଆଉ ୧୪୫ ସୁସ୍ଥ ।

459

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୧୪୯ ପଜିଟିଭ୍ । ଯେଉଁଥିରେ ଲୋକାଲ୍ କେସ୍ ୫୧ ରହିଥିବାବେଳେ ସଙ୍ଗରୋଧ କେନ୍ଦ୍ରରୁ ମଧ୍ୟ ୯୮ଟି କୋଭିଡ୍ ମାମଲା ଆସିଛି । ତେବେ ଏଥିରେ ଜଣେ କରୋନା ଯୋଦ୍ଧା ମଧ୍ୟ ରହିଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୪୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ହଜାର ୨୧୭ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୨୫୪ ରହିଛି । ସେହିଭଳି ୧ ହଜାର ୯୪୩ ଜଣ ସୁସ୍ଥ ହୋଇଥିବାବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।