ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା ଭୂତାଣୁ । ଆଜି ଆଉ ୧୯୦ ପଜିଟିଭ୍ ଚିହ୍ନଟ, ସଙ୍ଗରୋଧ କେନ୍ଦ୍ରରୁ ୧୩୮, ଲୋକାଲରୁ ବାହାରିଲେ ୫୨ ପଜିଟିଭ୍ । କରୋନାରୁ ଆଉ ୧୦୩ ସୁସ୍ଥ ।

211

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୧୯୦ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୧୩୮ଟି କୋଭିଡ୍ ମାମଲା ରହିଥିବାବେଳେ ୫୨ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି…

 ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୦୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ହଜାର ୭୬୩ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୩୮୩ ରହିଛି । ସେହିଭଳି ୨ ହଜାର ୩୬୦ ଜଣ ସୁସ୍ଥ ହୋଇଥିବାବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।

Comments are closed.