କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୧୬୬ ପଜିଟିଭ୍ । ଯେଉଁଥିରେ ସଙ୍ଗରୋଧ କେନ୍ଦ୍ରରୁ ୯୮ଟି ପଜିଟିଭ୍ କେସ୍ ଆସିଥିବାବେଳେ ୬୮ଟି ଲୋକାଲ୍ କେସ୍ ଆସିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...
ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୧୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ହଜାର ୯୨୯ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୧ ହଜାର ୪୩୫ ରହିଛି । ସେହିଭଳି ୨ ହଜାର ୪୭୩ ଜଣ ସୁସ୍ଥ ହୋଇଥିବାବେଳେ ୧୯ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg) 
   Follow Us
 Follow Us/kanak/media/post_attachments/wp-content/uploads/2020/08/11-10.jpg)