କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୬୦ ପଜିଟିଭ୍ । ଯେଉଁଥିରେ ଲୋକାଲ୍ କେସ୍ ୨୦ ରହିଥିବାବେଳେ ସଙ୍ଗରୋଧ କେନ୍ଦ୍ରରୁ ମଧ୍ୟ ୪୦ଟି କୋଭିଡ୍ ମାମଲା ଆସିଛି । ତେବେ ଏଥିରେ ଜଣେ କରୋନା ଯୋଦ୍ଧା ମଧ୍ୟ ରହିଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି...
Update on newly detected & cured #COVID19 cases in the last 24 hrs under the BMC area on 16th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/qMexqh3O4a— BMC (@bmcbbsr) July 16, 2020
ଅନ୍ୟପଟେ ରାଜଧାନୀବାସୀଙ୍କୁ ଆଶ୍ୱସ୍ତିକର ଖବର କି , ଆଉ ୧୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୯ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୫୦୪ ରହିଛି । ସେହିଭଳି ୪୦୩ ଜଣ ସୁସ୍ଥ ହୋଇଥିବାବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରଶାସନ ସୂଚନା ଦେଇଛି ।