କନକ ବ୍ୟୁରୋ: ଓଡ଼ିଶାରେ ପଶୁଛନ୍ତି ବାଲାଂଦେଶୀ । ଅଦ୍ୟାବଧି ସମୁଦାୟ ୩୭୩୮ ଜଣ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ସର୍ବାଧିକ କେନ୍ଦ୍ରାପଡ଼ାରେ ୧୬୪୯, ଜଗତସିଂପୁରରେ ୧୧୧୨, ମାଲକାନଗିରିରେ ୬୫୫, ଭଦ୍ରକରେ ୧୯୯, ନବରଙ୍ଗପୁରରେ ୧୦୬ ରହିଥିବା ବେଳେ ଭୁବନେଶ୍ବର-୧୭ ଜଣ ଚିହ୍ନଟ ହୋଇଛନ୍ତି । ସରକାର ପ୍ରତି ଜିଲ୍ଲାରେ ତହସିଲ, ବ୍ଳକ ଏବଂ ପୁଲିସ୍ କର୍ମଚାରୀଙ୍କୁ ନେଇ ଏକ କମିଟି ଗଠନ କରି ଓଡ଼ିଶାରେ ବେଆଇନ ଭାବେ ବସବାସ କରୁଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବା ସହିତ ସେମାନଙ୍କୁ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ ପାଇଁ ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ୧୦ ବର୍ଷ ମଧ୍ୟରେ ୪୧ ଜଣ ବାଂଲାଦେଶୀ ନାଗରିକଙ୍କ ନାମରେ ବିଭିନ୍ନ ଅପରାଧିକ ମାମଲା ରହିଛି । ବାଲେଶ୍ବର ଜିଲ୍ଲାରେ ୫ ଜଣ ବାଂଲାଦେଶୀ ନାଗରିକ ବିଭିନ୍ନ ଅପରାଧିକ ମାମଲାରେ ସମ୍ପୃକ୍ତ ଅଛନ୍ତି ଓ ସେହି ମାମଲା ଗୁଡିକ ବର୍ତ୍ତମାନ ଅଦାଲତରେ ବିଚାରାଧୀନ ଅଛି । ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ବିଧାନସଭାରେ ଏନେଇ ସବିଶେଷ ଉତ୍ତର ରଖିଛନ୍ତି ମୁଖ୍ଯମନ୍ତ୍ରୀ ।
ବନ୍ଧା ହେବେ ବାଂଲାଦେଶୀ ଦଲାଲ : STF
ସେପଟେ, ଅନୁପ୍ରବେଶକାରୀଙ୍କ ଉପରେ କଡା ନଜର ରହିଛି । ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଅଡ୍ଡାସ୍ଥଳୀରେ ଚଢ଼ାଉ ହେବ । ଏନେଇ ସୂଚନା ଦେଇଛନ୍ତି STF ଡ଼ିଆଇଜି ପିନାକ ମିଶ୍ର। କିଏ,କେମିତି ଓ କେଉଁ ଉଦ୍ଦେଶ୍ୟରେ ଓଡ଼ିଶାରେ ଆସି ଡେରା ପକାଇଛନ୍ତି ସେ ନେଇ ଚାଲିଛି ଖୋଲତାଡ଼ । ଏକ ସ୍ପେଶାଲ ଟିମ୍ ଗଠନ କରାଯାଇଛି । କଥା ହେଉଛି, ଅନୁପ୍ରବେଶକାରୀଙ୍କ ମାଷ୍ଟରମାଇଣ୍ଡ କିଏ ? କିଏ ସେମାନଙ୍କୁ ଓଡ଼ିଶା ଆଣୁଥିଲା ? ଜାଲ ଡକ୍ୟୁମେଣ୍ଟ କିଏ ପ୍ରସ୍ତୁତ କରୁଥିଲା ? ସେ ନେଇ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ ।
STF ସ୍କାନରରେ ରହିଛନ୍ତି ଶତାଧିକ ଦଲାଲ । ଗତକାଲି ଭୁବନେଶ୍ବର ରେଳଷ୍ଟେସନରୁ ୧୦ ବାଂଲାଦେଶୀ ଗିରଫ ହୋଇଥିଲେ।ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ STF । ବିନା କୌଣସି ପାସ୍ପୋର୍ଟ ଓ ଭିସାରେ ଏମାନେ ଭାରତରେ ପ୍ରବେଶ କରିବା ସହ ଭୁବନେଶ୍ବର ରେଳ ଷ୍ଟେସନରେ ରହୁଥିଲେ। ଗିରଫ ବାଂଲାଦେଶୀଙ୍କ ମଧ୍ୟରେ ୬ ଜଣ ପୁରୁଷ ଥିବା ବେଳେ ୩ ଜଣ ମହିଳା ଓ ଜଣେ ନାବାଳକ ରହିଥିଲେ । ଗିରଫ ଅଭିଯୁକ୍ତ ମାନଙ୍କ ଠାରୁ ୭ ଟି ମୋବାଇଲ, ବଙ୍ଗଳାଦେଶ ଟଙ୍କା ସହ ଅନେକ୍ ସମାଗ୍ରୀ ଜବତ କରାଯାଇଥିଲା। ସମସ୍ତ ଅଭିଯୁକ୍ତ ଆସାମ ଡୁବୁରି ଦେଇ ଭାରତକୁ ପ୍ରବେଶ କରିଥିଲେ । ମାର୍ଚ୍ଚ ୬ ତାରିଖରେ ଦିବ୍ରୁଗଡ଼- ଚେନ୍ନାଇ ଏକ୍ସପ୍ରେସରେ ବେଙ୍ଗାଲୁରୁ ଯାଉଥିବା ବେଳେ ଧରିଥିଲା ଏସଟିଏଫ । ଏମାନେ ବିନା ଭିସା ଓ ପାସପୋର୍ଟରେ ଭାରତରେ ପ୍ରବେଶ କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/03/10/nwjrr1CNo471pUBQRrwx.jpg)