କନକ ବ୍ୟୁରୋ: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି । ଏଠାରେ ଏକ ଯାତ୍ରୀବାହୀ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
ସୂଚନା ଅନୁଯାୟୀ, ଦୁର୍ଘଟଣାଟି ଜାତୀୟ ରାଜପଥରେ ସେତେବେଳେ ଘଟିଥିଲା, ଯେତେବେଳେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦ୍ରୁତ ଗତିରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ଏତେ ଜୋରରେ ହୋଇଥିଲା ଯେ ବସ୍ଟିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବେ ଚୂରମାର ହୋଇଯାଇଥିଲା ଏବଂ ଟ୍ରକ୍ଟି ମଧ୍ୟ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିଲା । ଦୁର୍ଘଟଣାର ଶବ୍ଦ ଶୁଣି ଆଖପାଖର ଲୋକମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/08/15/accident-2025-08-15-10-43-22.jpg)