ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କାରେ ୧୦ ମୃତ

Advertisment

ପଶ୍ଚିମବଙ୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୦ ମୃତ

Updated On

ପଶ୍ଚିମବଙ୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୦ ମୃତ

ଅଦ୍ୟତନ ହୋଇଛି
୩୦ରୁ ଅଧିକ ଆହତ

୩୦ରୁ ଅଧିକ ଆହତ Photograph: (KanakNews)

କନକ ବ୍ୟୁରୋ: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି । ଏଠାରେ ଏକ ଯାତ୍ରୀବାହୀ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।


ସୂଚନା ଅନୁଯାୟୀ, ଦୁର୍ଘଟଣାଟି ଜାତୀୟ ରାଜପଥରେ ସେତେବେଳେ ଘଟିଥିଲା, ଯେତେବେଳେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦ୍ରୁତ ଗତିରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ଏତେ ଜୋରରେ ହୋଇଥିଲା ଯେ ବସ୍‌ଟିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବେ ଚୂରମାର ହୋଇଯାଇଥିଲା ଏବଂ ଟ୍ରକ୍‌ଟି ମଧ୍ୟ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିଲା । ଦୁର୍ଘଟଣାର ଶବ୍ଦ ଶୁଣି ଆଖପାଖର ଲୋକମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe