କନକ ବ୍ୟୁରୋ : ଉତ୍ତରପୁର ମିର୍ଜାପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କାରେ ୧୦ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।ମିର୍ଜାପୁର, କଛପା ଥାନା ଅନ୍ତର୍ଗତ ଏହି ଦୁର୍ଘଟଣା ଘଟିଛି । ଟ୍ରାକ୍ଟରରେ ୧୩ ଶ୍ରମିକ କାମ ସାରି ବାରାଣାସୀ ନିଜ ଘରକୁ ଫେରୁଥିଲେ । ଗତକାଲି ବିଳମ୍ବିତ ରାତିରେ କାମ ସାରି ଫେରିବାବେଳେ ଟ୍ରକ୍ ସହ ଟ୍ରାକ୍ଟରର ମୁହାଁମୁହିଁ ଧକ୍କା ହୋଇଥିଲା । ଯାହା ଫଳରେ ଘଟଣା ସ୍ଥଳରେ ହିଁ ୧୦ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ୩ ଜଣ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାକୁ ନେଇ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।
ଉତ୍ତରପ୍ରଦେଶ ମିର୍ଜାପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୧୦ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ
ଉତ୍ତରପୁର ମିର୍ଜାପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କାରେ ୧୦ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)