ଉତ୍ତରପ୍ରଦେଶ ମିର୍ଜାପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୧୦ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ

Advertisment

ଉତ୍ତରପୁର ମିର୍ଜାପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କାରେ ୧୦ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।

ଉତ୍ତରପୁର ମିର୍ଜାପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କାରେ ୧୦ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।

accident

କନକ ବ୍ୟୁରୋ : ଉତ୍ତରପୁର ମିର୍ଜାପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କାରେ ୧୦ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ମିର୍ଜାପୁର, କଛପା ଥାନା ଅନ୍ତର୍ଗତ ଏହି ଦୁର୍ଘଟଣା ଘଟିଛି । ଟ୍ରାକ୍ଟରରେ ୧୩ ଶ୍ରମିକ କାମ ସାରି ବାରାଣାସୀ ନିଜ ଘରକୁ ଫେରୁଥିଲେ । ଗତକାଲି ବିଳମ୍ବିତ ରାତିରେ କାମ ସାରି ଫେରିବାବେଳେ ଟ୍ରକ୍ ସହ ଟ୍ରାକ୍ଟରର ମୁହାଁମୁହିଁ ଧକ୍କା ହୋଇଥିଲା । ଯାହା ଫଳରେ ଘଟଣା ସ୍ଥଳରେ ହିଁ ୧୦ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ୩ ଜଣ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାକୁ ନେଇ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe