ବାତ୍ୟା ସମୟରେ ରାଜ୍ୟରେ ଜନ୍ମନେଲେ ୧୬୦୦ ନବଜାତ ଶିଶୁ । ସମସ୍ତ ନବଜାତକ ଓ ମା’ ମାନେ ସୁସ୍ଥ

Advertisment

ବାତ୍ୟା ସମୟରେ ରାଜ୍ୟରେ ଜନ୍ମନେଲେ ୧୬୦୦ ନବଜାତ ଶିଶୁ। ସମସ୍ତ ନବଜାତକ ଓ ମା ମାନେ ସୁସ୍ଥ ଥିବା ଜଣାପଡିଛି। ଏସଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ସମୟରେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାତ୍ୟା ସମୟରେ ରାଜ୍ୟରେ ଜନ୍ମନେଲେ ୧୬୦୦ ନବଜାତ ଶିଶୁ। ସମସ୍ତ ନବଜାତକ ଓ ମା ମାନେ ସୁସ୍ଥ ଥିବା ଜଣାପଡିଛି। ଏସଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ସମୟରେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

new born cyclone

କନକ ବ୍ୟୁରୋ: ବାତ୍ୟା ସମୟରେ ରାଜ୍ୟରେ ଜନ୍ମନେଲେ ୧୬୦୦ ନବଜାତ ଶିଶୁ। ସମସ୍ତ ନବଜାତକ ଓ ମା ମାନେ ସୁସ୍ଥ ଥିବା ଜଣାପଡିଛି। ଏସଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ସମୟରେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବାତ୍ୟା ପୂର୍ବରୁ ଗର୍ଭବତୀ ଓ ପ୍ରସୂତୀ ମାନଙ୍କୁ ମେଡ଼ିକାଲକୁ ଅଣାଯାଇଥିବା ବେଳେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ବାତ୍ୟା ସମୟରେ ପିଲା ଭଲରେ ଭଲରେ ଜନ୍ମ ହୋଇଥିବାରୁ ବେଶ ଖୁସି ଅଛନ୍ତି ପରିବାର ଲୋକେ। ଏନେଇ ସରକାରଙ୍କୁ ବିଭିନ୍ନ ପରିବାର ପକ୍ଷରୁ ଧନ୍ୟବାଦ ଦିଆଯାଇଛି।

ଅନ୍ୟପଟେ ବାତ୍ୟା ଭୟରେ, ୨ଦିନରେ ୩ହଜାର କୋଟିର ବେପାର। ଖାଦ୍ୟ ପଦାର୍ଥ ସହ ଅତ୍ୟାବଶକୀୟ ସାମଗ୍ରୀ ବୋହିନେଲେ ଖାଉଟି। ପରିସ୍ଥିତିର ଫାଇଦା ଉଠାଇ ମାଲାମାଲ ହେଲେ ବ୍ୟବସାୟୀ। ବାତ୍ୟା ପାଇଁ ଲୋକେ ଦୁଇ ତିନି ଦିନ ପୂର୍ବରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣିନେଇଛନ୍ତି। ଚାଉଳ, ଡାଲି, ଅଟା, ଆଳୁ, ପିଆଜ, ଚୁଡ଼ା, ଚିନି ସମେତ ପନପରିବା ବହୁମାତ୍ରାରେ କିଣିନେଇଛନ୍ତି ଲୋକେ। ଏପରିକି ପେଟ୍ରୋଲ, ଡିଜେଲ ପମ୍ପ ଗୁଡ଼ିକରେ ମଧ୍ୟ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। କେତେକ ସ୍ଥାନରେ ଲୋକେ ଧାଡିବାନ୍ଧି ଅଧିକ ପରିମାଣର ତେଲ ପକାଇଛନ୍ତି। ବଜାର ବିଶେଷଜ୍ଞଙ୍କ କହିବା ଅନୁସାରେ ବାତ୍ୟା ଦ୍ବାରା ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ବୁଧବାର ଓ ଗୁରୁବାର ଦୁଇ ଦିନ ପ୍ରାୟ ୩ ହଜାର କୋଟି ଟଙ୍କାର ସାମଗ୍ରୀ କିଣି ନେଇଛନ୍ତି। ବ୍ୟବସାୟ ଭାଷାରେ ଏହାକୁ ‘ପ୍ୟାନିକ ବାଇଂ’ କୁହାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe