କନକ ବ୍ୟୁରୋ : ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର । ଲାଞ୍ଚ ନେବା ସମୟରେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସୂଚନା ଅନୁସାରେ ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ । ହେଲେ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ । ତହସିଲଦାରଙ୍କ ଡ୍ରାଇଭର ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ଲାଞ୍ଚ ପାଇଁ ୧୫ ହଜାର ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ। ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ପ୍ରବିନ କୁମାରକୁ ଅଟକ ରଖିଛି ଭିଜିଲାନ୍ସ । ଘଟଣାର ଯାଞ୍ଚ ପରେ ପରବର୍ତ୍ତୀ କାର୍ୟ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।
ଲାଂଚ ନେଇ ଧରାପଡ଼ିଲେ ୩ ସରକାରୀ ବାବୁ, ବମରା ତହସିଲାଦାର, ନୟାଗଡ଼ ଶ୍ରମ ଅଧିକାରୀ ଓ ମୟୂରଭଞ୍ଜ ପିଇଓଙ୍କୁ ଧରିଲା ଭିଜିଲାନ୍ସ
ସୂଚନା ଅନୁସାରେ ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ । ହେଲେ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ ।
/kanak/media/media_files/2025/09/12/03-2025-09-12-16-06-55.jpg)