କନକ ବ୍ୟୁରୋ: ଡାଇରିଆକୁ ନେଇ ଏବେ ଚିନ୍ତାରେ ଓଡ଼ିଶା । ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଏବେ ଡାଇରିଆ ବ୍ୟାପୁଥିବାବେଳେ, ଏନେଇ ସତର୍କ କରାଇଛନ୍ତି ସ୍ୱାସ୍ଥ୍ୟ ସଚିବ । ୫ ଜିଲ୍ଲା ନୁହେଁ ରାଜ୍ୟର ସବୁ ଜିଲ୍ଲାକୁ ଆଲର୍ଟ ରହିବାକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଦିନ ୧୦ଟା ସୁଦ୍ଧା ୫ ଜିଲ୍ଲାରୁ ୩ ଶହ ନୂଆ କେସ୍ ଚିହ୍ନଟ ହୋଇଛି ବୋଲି ସେ ସୂଚନା ଦେଇଛନ୍ତି ।
ମଙ୍ଗଳବାର ଡାଇରିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ମଧ୍ୟ ଉପସ୍ଥିତ ଥଲେ । ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସ୍ୱାସ୍ଥ୍ୟ ସଚିବ କହିଥିଲେ ଯେ, ଯେଉଁ ରୋଗୀ ହସ୍ପିଟାଲରେ ଆଡମିଟ୍ ହେଉଛନ୍ତି ତାଙ୍କୁ ୨୪ ଘଣ୍ଟିଆ ନିରିକ୍ଷଣରେ ରଖିବାକୁ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଡାଇରିଆ ନେଇ ଆଶା, ଅଙ୍ଗନବାଡି ସଚେତନ କରିବା ସହିତ ଗାଁ ଗାଁରେ ମାଇକରେ ପ୍ରଚାର ଚାଲିଛି । ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଏହି ପଦକ୍ଷେପ ଜାରି ରହିବ ବୋଲି ସେ କହିଛନ୍ତି ।
ଅନ୍ୟପଟେ ପ୍ରତିଦିନ ରାଜ୍ୟସ୍ତରୀୟ ସମୀକ୍ଷା ହେବ । କେନ୍ଦ୍ରୀୟ ଟିମ୍ ମଧ୍ୟ ଗ୍ରାଉଣ୍ଡରେ ଅଛନ୍ତି । ଆସନ୍ତାକାଲି କେନ୍ଦ୍ରୀୟ ଟିମ୍ ସହିତ ରାଜ୍ୟ ସରକାର ଆଲୋଚନା କରିବେ । ଏହାସହ ମୌସୁମୀ ବର୍ଷା ହେଉଛି, ତେଣୁ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/06/17/bagUQBFTh0pWrih74RnX.jpg)