ଭିଜିଲାନ୍ସ ଇତିହାସରେ ରେକର୍ଡ! ଖଣି ଉପନିର୍ଦ୍ଦେଶକଙ୍କ ଘରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ

Advertisment

ଖଣି ଅଧିକାରୀଙ୍କର ଅମାପ ସମ୍ପତ୍ତି । ଭିଜିଲାନ୍ସ ଜାଲରେ ପଡ଼ିଥିବା କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ବର୍ତ୍ତମାନ ସୁଦ୍ଧା ୪ କୋଟି ଟଙ୍କା ଜବତ କରାଯାଇଛି । ଏଥିସହ ତାଙ୍କ ଅଫିସ୍ ଡ୍ରୟରରୁ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ ହୋଇଛି । ଖାଲି ଟଙ୍କା ନୁହେଁ, ବିପୁଳ ସୁନା ମଧ୍ୟ ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ ।

Vigilance

Vigilance Photograph: (Kanak News)

କନକ ବ୍ୟୁରୋ : ଖଣି ଅଧିକାରୀଙ୍କର ଅମାପ ସମ୍ପତ୍ତି । ଭିଜିଲାନ୍ସ ଜାଲରେ ପଡ଼ିଥିବା କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ବର୍ତ୍ତମାନ ସୁଦ୍ଧା ୪ କୋଟି ଟଙ୍କା ଜବତ କରାଯାଇଛି । ଏଥିସହ ତାଙ୍କ ଅଫିସ୍ ଡ୍ରୟରରୁ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ ହୋଇଛି । ଖାଲି ଟଙ୍କା ନୁହେଁ ବିପୁଳ ସୁନା ମଧ୍ୟ ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ । ପାଖାପାଖି ୧୩୦ ଗ୍ରାମ୍‌ ସୁନା ମିଳିଛି ବାବୁଙ୍କ ଘରୁ । ଭୁବନେଶ୍ବର ପାହାଳରେ ୨୪ ଶହ ବର୍ଗଫୁଟର ଏକ ଦୁଇ ମହଲା ଘର ମଧ୍ୟ  ରହିଛି ।

ଏବେବି ବାବୁଙ୍କ ସମ୍ପୂର୍ଣ୍ଣ ସମ୍ପତ୍ତିର ଆକଳନ କରୁଛି ଭିଜିଲାନ୍ସ । ବିଭିନ୍ନ ସ୍ଥାନରେ ରେଡ୍ ଚାଲିଥିବାରୁ ଆହୁରି ଲକ୍ଷ ଲକ୍ଷ ଟଙ୍କା ଜବତ ହୋଇପାରେ । ଜଣେ ବାବୁଙ୍କ ଘରୁ ୪ କୋଟିରୁ ଅଧିକ ଟଙ୍କା ମିଳିବା ଘଟଣା ଓଡ଼ିଶା ଭିଜିଲାନ୍ସ ଇତିହାସରେ ରେକର୍ଡ ବୋଲି କୁହାଯାଉଛି । ଜଣେ ବ୍ୟବସାୟୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ ।

ଅଧିକ ପଢନ୍ତୁ : ଭିଜିଲାନ୍ସ ଜାଲରେ କଟକ ଖଣି ଉପନିର୍ଦ୍ଦେଶକ , ଗିରଫ ପରେ ୩ ଠିକଣାରେ ଚଢ଼ାଉ

କଟକ ସର୍କଲର କଟକ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି । ଜଣେ ଲାଇସେନ୍ସ ପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ କାରବାରରେ ସହାୟତା ପାଇଁ ଖଣି ଉପନିର୍ଦ୍ଦେଶକ ଶ୍ରୀ ଦେବବ୍ରତ ମହାନ୍ତି ୩୦ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ । ଏନେଇ ବ୍ୟବସାୟୀ ଭିଜିଲାନ୍ସକୁ ଜଣାଇବା ପରେ ଚଢ଼ାଉ କରାଯାଇଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe