କନକ ବ୍ୟୁରୋ: ଅନୁଗୁଳରେ ଲଜ୍ଜା । ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏହି ଲୋମଟାଙ୍କୁରା ଘଟଣା ଘଟିଛି । ଗୁରୁବାର ମଧ୍ୟାହ୍ନରୁ ଶିଶୁଟି ନିଖୋଜ ଥିଲା । ଏ ସମ୍ପର୍କରେ ଶୁକ୍ରବାର ଦିନ ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକେ । ନିଶା ଶିଳ୍ପାଞ୍ଚଳ ଥାନା ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ତେବେ ଆଜି ଶିଶୁକନ୍ୟାର ମୃତଦେହ ଗୋଟିଏ ମହୁଲ ଗଛ ମୂଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଥିଲା । ତେଣୁ ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି । କଟକରୁ ଏକ ଶିଶୁ ବିଶେଷଜ୍ଞ ଟିମ୍ ଆସି ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ କରିବେ ।
ଅନୁଗୁଳରେ ଲଜ୍ଜା ; ୫ ବର୍ଷର କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ
ଅନୁଗୁଳରେ ଲଜ୍ଜା । ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଲୋମଟାଙ୍କୁରା ଘଟଣା । ଗୁରୁବାରଠୁ ନିଖୋଜ ଥିବା ଥାନାରେ ଅଭିଯୋଗ କରିଥିଲେ ପରିବାର ।
/kanak/media/media_files/2025/03/16/u25dSo1F1btr0TrVcwqh.jpg)