କନକ ବ୍ୟରୋ: ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ଦୁଇଟି ସଂଶୋଧନ କରାଯାଇଛି। ଏହି କ୍ରମରେ ଖୁବଶୀଘ୍ର ୫୦୦୦ ଡାକ୍ତର, ୩୦୦୦ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର । ଏଥିପାଇଁ ପ୍ରକ୍ରିୟା ଜାରି ରହିଛି । ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବାକୁ ସରକାର ପ୍ରତିଶୃତିବଦ୍ଧ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।
୨୦୧୪ ମସିହା ପରେ ଯେତେ ସବୁ ବଡ ମେଡିକାଲ କଲେଜ ଖୋଲିଛି, ସେଥିପାଇଁ ୨୫୦ ରୁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେଉଛି । ଭଦ୍ରକ ଜିଲ୍ଲାରେ ଖୁବ ଶୀଘ୍ର ମେଡିକାଲ କଲେଜ ଖୋଲିବ ବୋଲି ଗୃହରେ ଘୋଷଣା କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ତେବେ ଆଜି ସ୍ବାଭାବିକ ଚାଲିଛି ଗୃହରେ ପ୍ରଶ୍ନେତ୍ତର କାର୍ୟ୍ୟ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/12/09/mGMXl2GUB6wmLTrp0z1c.jpg)