ପୁରୀକୁ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ ; ସ୍ନାନ ପୂର୍ଣ୍ଣିମାରେ ଭକ୍ତଙ୍କ ସୁରକ୍ଷା ନେଇ ସ୍ବତନ୍ତ୍ର ବ୍ୟବସ୍ଥା

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ୍ ସୁପରିଚାଳନା ଉପରେ ଗୁରୁତ୍ବ । 

snana jatra

snana jatra Photograph: (KanakNews)

କନକ ବ୍ୟୁରୋ: ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀକୁ ଜଗିବେ ୭୦ ପ୍ଲାଟୁନ ଫୋର୍ସ । ୪ ଜଣ ଏସପି ରାଙ୍କ କମାଣ୍ଡାଣ୍ଟ, ୪୫୦ ପୁଲିସ ଅଧିକାରୀ ମଧ୍ୟ ମୁତୟନ ହେବେ । ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ଆଜି ପୁଲିସ ବିଭାଗ ପକ୍ଷରୁ ସୁରକ୍ଷା ସମୀକ୍ଷା ବୈଠକ ହୋଇଛି । କେନ୍ଦ୍ରାଞ୍ଚଳ ଆଇଜି ଏସ୍. ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଟ୍ରାଫିକ ସୁପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି । ପୁରୀର ସୁରକ୍ଷା ଦିଗରେ ଗୁରୁତ୍ୱ ଦିଆଯାଉଥିବା କହିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଏସ୍ ପ୍ରବୀଣ କୁମାର । ଅଧ୍ୟକ୍ଷତା

ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମ ଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe