କନକ ବ୍ୟୁରୋ: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ପ୍ରାକ ବଜେଟ ବୈଠକରେ ୯ ଟି ଦାବି ରଖିଛି ଓଡ଼ିଶା । ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ୨୦୨୫-୨୬ ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ ପାଇଁ ଦାବି ହୋଇଛି ।
ଓଡିଶାରେ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା । ଦକ୍ଷିଣ ଏବଂ ପଶ୍ଚିମ ଓଡିଶାରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଯଥାକ୍ରମେ ଗୋପାଳପୁର (ଲୁଣ ଖଳା) ଏବଂ ଝାରସୁଗୁଡା ପାଇଁ ନୂତନ ଇଣ୍ଡଷ୍ଟ୍ରିଆଲ୍ ଟାଉନସିପ୍ ପାଇଁ ପ୍ରସ୍ତାବ । ଓଡିଶାରେ ନିବେଶ ପ୍ରୋତ୍ସାହନ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ ବିଶେଷ ସହାୟତା। ଓଡିଶାରେ ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ବ୍ୟବସ୍ଥା । ଆସନ୍ତା ଗ୍ରୀଷ୍ମ ପୂର୍ବରୁ ଲକ୍ଷ୍ୟ ଧାର୍ୟ୍ୟ ପ୍ରକଳ୍ପ ସମାପ୍ତ କରିବା ଏବଂ ସମସ୍ତ ପ୍ରକଳ୍ପର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ଜଳ ଜୀବନ ମିଶନ ଅଧୀନରେ ପର୍ୟ୍ୟାପ୍ତ ବଜେଟ୍ ବ୍ୟବସ୍ଥା । ଓଡ଼ିଶାର ବାସୀଙ୍କର ନୂତନ ସରକାର ଠାରୁ ଉଚ୍ଚ ଆଶା ପୂରଣ ଦିଗରେ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ଭିତ୍ତିଭୂମିରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ପର୍ୟ୍ୟାପ୍ତ ବ୍ୟବସ୍ଥା। ଆକାଂକ୍ଷୀ ବ୍ଲକ୍ କାର୍ୟ୍ୟକ୍ରମ ଅନ୍ତର୍ଗତ ପୂର୍ବରୁ ଅନୁମୋଦିତ ୨୯ଟି ବ୍ଲକ୍ ବ୍ୟତୀତ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଅନ୍ୟ ୧୧ଟି ଅତିରିକ୍ତ ବ୍ଲକ୍ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି ।।
ଡିସେମ୍ବର ୨୦ ଓ ୨୧ରେ ରାଜସ୍ଥାନର ଜୈସାଲମରରେ ବଜେଟ୍ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନିକଟରେ ସେ ଦାବି ରଖିଛନ୍ତି । ବିଶେଷ କରି ଭିତ୍ତିଭୂମିର ଉନ୍ନତି ପାଇଁ ଅର୍ଥ ଦାବି କରାଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/12/23/xW5Qm1irMFDbOSXL95Cx.jpg)